Kotha Bhoga Khiaa

କୋଠ ଭୋଗ ଖିଆ
କୋଠ ଭୋଗ ଖିଆ ମୋ ଚକା ଆଖୁଆ
କୋଠ ଭୋଗ ଖିଆ ମୋ ଚକା ଆଖୁଆ
ଉଠ ହେ ପହଡ଼ ଭାଙ୍ଗି
ଉଠ ହେ ପହଡ଼ ଭାଙ୍ଗି
ପଣ୍ଡା ପଢ଼ିହାରୀ କରନ୍ତି ଗୁହାରି
ହେବାକୁ ଚନ୍ଦନ ଲାଗି
ହେବାକୁ ଚନ୍ଦନ ଲାଗି
କୋଠ ଭୋଗ ଖିଆ

ତୁଳସୀର ମାଳ ଦୟଣାର ଚୂଳ
ଉଭା ଘେନି ଦେବଦାସୀ
ଉଭା ଘେନି ଦେବଦାସୀ
ବଡ଼ ସିଂହାରକୁ ବୁଢ଼ା ସିଂହାରୀ ଯେ
ଉଭା ହୋଇଲେଣି ଆସି
ମଣିମା ମଣିମା ଡାକ ପଡ଼ୁଅଛି
ମଣିମା ମଣିମା ଡାକ ପଡ଼ୁଅଛି
ଛାମୁ ଦରଶନ ଲାଗି
ହେବାକୁ ଚନ୍ଦନ ଲାଗି
କୋଠ ଭୋଗ ଖିଆ

ନିଦା ପଥର ହେ ନିଦେକେ ଶୋଇଲ
ଷାଠିଏ ପଉଟି ଖାଇ
ଷାଠିଏ ପଉଟି ଖାଇ
ଅନାଥ ଜନଙ୍କ ଡାକ ନ ଶୁଣୁଛ
ଅନାଥ ଜନଙ୍କ ଡାକ ନ ଶୁଣୁଛ
ଜଗତର ନାଥ ହୋଇ
ଆରତି ବେଳ ଯେ ଗଡ଼ି ଯାଉଅଛି
ଉଠ ହେ ଛପନଭୋଗୀ
ହେବାକୁ ଚନ୍ଦନ ଲାଗି
କୋଠ ଭୋଗ ଖିଆ

ପତିତପାବନ ବାନା ଉଡ଼ାଉଛ
ପତିତ ଉଦ୍ଧାର ପାଇଁ
ପତିତ ଉଦ୍ଧାର ପାଇଁ
ପତିତପାବନ ବାନା ଉଡ଼ାଉଛ
ପତିତ ଉଦ୍ଧାର ପାଇଁ
ପତିତ ଉଦ୍ଧାର ପାଇଁ
ମୁଁ ଜଣେ ପତିତ କାନ୍ଦି କାନ୍ଦି ମରେ
ମୁଁ ଜଣେ ପତିତ କାନ୍ଦି କାନ୍ଦି ମରେ
ମୋ ଡାକ କି ଶୁଭୁନାହିଁ
ଏଡ଼େ ବଡ଼ ପଣ ବହିଅଛ ପ୍ରଭୁ
କୁହ ତେବେ କାହା ଲାଗି
ହେବାକୁ ଚନ୍ଦନ ଲାଗି

କୋଠ ଭୋଗ ଖିଆ ମୋ ଚକା ଆଖିଆ
ଉଠ ହେ ପହଡ଼ ଭାଙ୍ଗି
ଉଠ ହେ ପହଡ଼ ଭାଙ୍ଗି
ପଣ୍ଡା ପଢ଼ିହାରୀ କରନ୍ତି ଗୁହାରି
ହେବାକୁ ଚନ୍ଦନ ଲାଗି
ହେବାକୁ ଚନ୍ଦନ ଲାଗି
କୋଠ ଭୋଗ ଖିଆ
କୋଠ ଭୋଗ ଖିଆ ମୋ ଚକା ଆଖିଆ
ଉଠ ହେ ପହଡ଼ ଭାଙ୍ଗି
ଉଠ ହେ ପହଡ଼ି ଭାଙ୍ଗି



Credits
Writer(s): Balkrishna Das, Khirod Chandra Pothal
Lyrics powered by www.musixmatch.com

Link